ଜଳ
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।[୧][୨]
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଜଳର ବ୍ୟବହାର
[ସମ୍ପାଦନା]ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍ଫୁସ୍ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ ।
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ।
ଜଳର ଗଠନ
[ସମ୍ପାଦନା]ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H2O.
ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ । ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ । ଜଳ ହିଁ ଜୀବନ ଅଟେ ।
ସମ୍ପର୍କିତ ପୃଷ୍ଟା
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ Henniker, J. C. (1949). "The Depth of the Surface Zone of a Liquid". Reviews of Modern Physics. Reviews of Modern Physics. 21 (2): 322–341. doi:10.1103/RevModPhys.21.322.
- ↑ Pollack, Gerald. "Water Science". University of Washington, Pollack Laboratory. Archived from the original on 2012-12-13. Retrieved 2011-02-05.
Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.
ଅଧିକ ତଥ୍ୟ
[ସମ୍ପାଦନା]water ବାବଦରେ ଉଇକିମିଡ଼ିଆର ସହଯୋଗୀ ପ୍ରକଳ୍ପଗୁଡ଼ିକରୁ ଅଧିକ ଜାଣନ୍ତୁ: | |
ଉଇକିଅଭିଧାନରେ ଶବ୍ଦାର୍ଥମାନ ଖୋଜନ୍ତୁ | |
କମନ୍ସରେ ଛବି ଓ ମିଡ଼ିଆସବୁ ଖୋଜନ୍ତୁ | |
ଉଇକିମହାବିହାରରେ ଶିକ୍ଷଣ ଆଧାରମାନ ଖୋଜନ୍ତୁ | |
ଉଇକିସମ୍ବାଦରେ ସମ୍ବାଦ ଲେଖାମାନ ଖୋଜନ୍ତୁ | |
ଉଇକିକଥାରୁ ଢଗଢମାଳି ଓ କଥାମାନ | |
ଉଇକିଉତ୍ସରୁ ମୂଳାଧାର ଲେଖାମାନ | |
ଉଇକିପୋଥିରେ ପଢ଼ାବହିମାନ |
- OECD Water statistics Archived 2009-01-01 at the Wayback Machine.
- The World's Water Data Page
- FAO Comprehensive Water Database, AQUASTAT
- The Water Conflict Chronology: Water Conflict Database
- US Geological Survey Water for Schools information
- Portal to The World Bank's strategy, work and associated publications on water resources